www.samajalive.in
Saturday, December 13, 2025
21.1 C
Bhubaneswar

ଆଜିଠୁ ସାମାନ୍ୟ କମିବ ବର୍ଷା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ସକାଳ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଏବଂ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ପାଖାପାଖି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି ଉଚ୍ଚତା ଯାଏଁ ଲମ୍ବିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଏବଂ ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବାରୁ ରାଜ୍ୟରେ ଆଜି(ଶନିବାର)ଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ଘଣ୍ଟା ମଧରେ ସୁନ୍ଦରଗଡ, କଟକ, କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡା, ସମ୍ବଲପୁର ଏବଂ ଭଦ୍ରକରେ ବର୍ଷା ହୋଇଛି। ଶୁକ୍ରବାର ଫୁଲବାଣୀ, ମାଲକାନଗିରି, ଟିଟିଲାଗଡ ସହିତ ଅନେକ ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ୬ତାରିଖ ବେଳକୁ ଝାଡଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଆକଳନ କରାଯାଉଛି, ୪ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ସୁନ୍ଦରଗଡରୁ ସମ୍ବଲପୁର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ଏବଂ ଛତିଶଗଡରେ ପ୍ରବଳ ବର୍ଷା ହୋଇପାରେ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୬ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣରେ ୮ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories