www.samajalive.in
Monday, December 8, 2025
24.1 C
Bhubaneswar

ସ୍ୱାଧୀନତା ଦିବସ ସମସ୍ତଙ୍କ ପାଇଁ ଗର୍ବ, ଗୌରବ ଓ ଭାବାବେଗର ପ୍ରତୀକ

ଭୁବନେଶ୍ୱର: ଚଳିତ ବର୍ଷ ୭୮ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ଏ ସଂକ୍ରାନ୍ତରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ସ୍ୱାଧୀନତା ଦିବସ ସମସ୍ତଙ୍କ ପାଇଁ ଗର୍ବ, ଗୌରବ ଓ ଭାବାବେଗର ପ୍ରତୀକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାତ୍ମା ଗାନ୍ଧୀ ମାର୍ଗରେ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସାଧାରଣତନ୍ତ୍ର ଦିବସ-୨୦୨୪ରେ ଅଂଶଗ୍ରହଣ କରି ବିଜୟୀ ହୋଇଥିବା ବିଭିନ୍ନ ପ୍ୟାରେଡ୍‌ ଦଳ ଓ ପ୍ରଜ୍ଞାପନ ମେଢ଼କୁ ପୁରସ୍କାର ପ୍ରଦାନ କରିବେ ।

- Advertisement -

ତେଣୁ ଉକ୍ତ ସମାରୋହର ପ୍ରସ୍ତୁତିିର ବିଭିନ୍ନ ଦିଗକୁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବିସ୍ତୃତ ଭାବରେ ସମୀକ୍ଷା କରିଥିଲେ । ଚଳିତ ବର୍ଷର ସ୍ୱାଧୀନତା ଦିବସ ଉପଲକ୍ଷେ ଓଡ଼ିଆ ଅସ୍ମିତା ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତି ଯଥୋଚିତ ସମ୍ମାନ ପ୍ରଦର୍ଶନକୁ ସ୍ୱାଧୀନତା ଦିବସ ସମାରୋହର ମୁଖ୍ୟ ଥିମ୍‌ ରୂପେ ଗ୍ରହଣ କରି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ ।

ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ, ପାର୍କ, ବସ୍‌ଷ୍ଟାଣ୍ଡ ଆଦିରେ ଡାକବାଜି ଯନ୍ତ୍ର ଯୋଗେ ପ୍ରଭାତରେ ରାମଧୁନ୍‌ ପରିବେଷଣ ଦ୍ୱାରା ଦେଶପ୍ରେମ ଉଦ୍ରେକକାରୀ ପରିବେଶ ସୃଷ୍ଟି କରିବା ପାଇଁ ସମ୍ଭାବିତ ପଦକ୍ଷେପଗୁଡ଼ିକ ବିଷୟରେ ଆଲୋଚନା କରାଯାଇଥିଲା । ଏହା ସହ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବ ସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥିଙ୍କ ଉପବେସନ ବ୍ୟବସ୍ଥା ଆଦି ବଷୟରେ ଆଲୋଚନା ହୋଇଥିଲା ।

ସ୍ୱାଧୀନତା ଦିବସ ଉପଲକ୍ଷେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟ, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାରେ ଆଲୋକ ସଜ୍ଜାର ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର କୁମାର ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ  ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁର୍‌ବୀର ସିଂହ, ଉପନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories