www.samajalive.in
Saturday, December 6, 2025
23.1 C
Bhubaneswar

ଷ୍ଟେସନରେ ଛିଡ଼ା ହୋଇଥିଲା ଟ୍ରେନ୍‌; ହଠାତ୍‌ ହୁତୁହୁତୁ ହୋଇ ଜଳି ଉଠିଲା

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ରେଳ ଷ୍ଟେସନରେ ରବିବାର ଏକ ବଡ଼ ଅଘଟଣ ଘଟିଛି। ଏଠାରେ ସକାଳେ କୋରବାରୁ ଆସିଥିବା କୋରବା-ବିଶାଖାପାଟଣା ଏକ୍ସପ୍ରେସ୍‌ର ୩ଟି ଏସି ବଗିରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟର ଉଦ୍ୟମ ପରେ ଟ୍ରେନରୁ ସମସ୍ତ ଯାତ୍ରୀଙ୍କୁ ବାହାର କରିଥିଲେ। ତେବେ ଏଥିରେ ମୃତାହତ ନେଇ କୌଣସି ସୂଚନା ନାହିଁ। କିନ୍ତୁ ଯାତ୍ରୀଙ୍କ ଜିନିଷପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ବର୍ତ୍ତମାନସୁଦ୍ଧା ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ, ଟ୍ରେନ୍ ବିଶାଖାପାଟଣାର ୪ ନମ୍ବର ପ୍ଲାଟଫର୍ମରେ ଛିଡ଼ା ହୋଇଥିଲା। ଏହି ସମୟରେ ବି-୭ ବଗିରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହା ଦେଖି ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଦେଖୁ ଦେଖୁ ବି-୬ ଓ ବି-୫ ବଗିକୁ ନିଆଁ ବ୍ୟାପି ଯାଇଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories