www.samajalive.in
Sunday, December 7, 2025
13.1 C
Bhubaneswar

ୱାୟନାଡ ଭୂ-ସ୍ଖଳନ ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢାଇଲେ ଅଲ୍ଲୁ ଅର୍ଜୁନ

ସମାଜ ଡିଜିଟାଲ ଡେସ୍କ: ୱାୟନାଡ ଭୂ-ସ୍ଖଳନ ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢାଇଛନ୍ତି ଅଭିନେତା ଅଲ୍ଲୁ ଅର୍ଜୁନ। କେରଳ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୨୫ ଲକ୍ଷ ଟଙ୍କା ଦାନ କରିଛନ୍ତି ଅଭିନେତା। ଅଲ୍ଲୁଙ୍କ ଏହି ପଦକ୍ଷେପ ପରେ ତାଙ୍କୁ ଭୁରି ଭୁରି ପ୍ରଶଂସା କରୁଛନ୍ତି ଲୋକେ।

ଅଲ୍ଲୁ ଅର୍ଜୁନ ଟ୍ୱିଟ୍ କରି ଲେଖିଛନ୍ତି ଯେ, ‘‘ୱାୟନାଡରେ ହୋଇଥିବା ଭୂସ୍ଖଳନ ଯୋଗୁଁ ମୁଁ ଅତ୍ୟନ୍ତ ଦୁଃଖିତ। କେରଳ ମୋତେ ସର୍ବଦା ବହୁତ ଭଲପାଇବା ଦେଇଛି ଏବଂ ଥଇଥାନ କାର୍ଯ୍ୟରେ ସହାୟତା ପାଇଁ ମୁଁ କେରଳ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୫ ଲକ୍ଷ ଟଙ୍କା ଦାନ କରି ସହଯୋଗ କରିବାକୁ ଚାହୁଁଛି।’’ ଏହା ସହିତ ସେ ଲୋକଙ୍କ ସୁରକ୍ଷା ପାଇଁ ମଧ୍ୟ ପ୍ରାର୍ଥନା କରିଛନ୍ତି।

- Advertisement -

ସୂଚନାଯୋଗ୍ୟ, ୱାୟନାଡ ଭୂ-ସ୍ଖଳନ ପୀଡ଼ିତଙ୍କ ସହାୟତା ପାଇଁ ମୋହନଲାଲ, ନୟନତାରା, ସୂର୍‌ୟା, ଫହାଦ ଫାଜିଲ, ଭିଗ୍ନେଶ ଶିବନ, ବିକ୍ରମ ଓ ଆସିଫ୍‌ ଅଲିଙ୍କ ସମେତ ଅନେକ କଳାକାର ମଧ୍ୟ ଦାନ କରିଛନ୍ତି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories