କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ: ସୋମବାର ରାଶିଫଳ
ମେଷ : ଉଦାରଚେତା ଓ ଉଦାର ଚରିତସମ୍ପନ୍ନ ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜ୍ୟେଷ୍ଠ ନହୋଇ ବି ଶ୍ରେଷ୍ଠ ହେବେ।
ବୃଷ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। କଥାବାର୍ତ୍ତାରେ ଆତ୍ମୀୟତା ପରିଲକ୍ଷିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ।
ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଲଢ଼ୁଆ ମନୋବୃତ୍ତିର ହୋଇପାରନ୍ତି। ବ୍ୟବସାୟମୁଖୀ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ସିଂହ: ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମନ ଭୁଲାଣିଆ କଥା କହି ପରକୁ ଆପଣାର କରିପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ।
କନ୍ୟା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ରାଜଦ୍ବାରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ୍ ହେବେ।
ତୁଳା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଭୋଗୀ ଓ ବିଳାସୀ ହେବେ। ଧର୍ମତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ।
ଧନୁ: ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଜଳଯାତ୍ରାରେ ବିପଦ ରହିଛି।
ମକର: ଜଣେ ସମାଜସେବୀ ଭାବେ ମହାନ୍ ଗୌରବର ଅଧିକାରୀ ହେବେ। ସଦାସର୍ବଦା ସେବା ଭାବରେ ଉନ୍ମୁଖ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ଉପଦେଶ ଊପଦେୟ ହେବ।
କୁମ୍ଭ:ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଜୀବନରେ ମଧ୍ୟ ସେବା ମନୋଭାବର ହେବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପତ୍ନୀ ଶିକ୍ଷିତା ଓ ପତିବ୍ରତା ଅଟନ୍ତି। ଧାର୍ମିକ ହେବେ।
Comments are closed.