www.samajalive.in
Sunday, December 7, 2025
18.1 C
Bhubaneswar

ରାସ୍ତାକଡକୁ ଓଲଟିଲା ଗାଡି, ୧୦ କାଉଡିଆ ଆହତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ୫୩ନଂ ଜାତୀୟ ରାଜପଥ ଶାମଳ ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଟାଟା ଏସି ଗାଡି ରାସ୍ତାକଡକୁ ଓଲଟି ପଡଛି। ଏଥିରେ ୧୦ ଜଣ କାଉଡିଆ ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ୧୦ରୁ ଅଧିକ କାଉଡିଆ ଜଳାଭିଷେକ ପାଇଁ କରମୂଳ ଗାଁ ସ୍ଥିତ ଦୌଡେଶ୍ଵରଙ୍କ ପୀଠକୁ ଟାଟାଏସି ଯୋଗେ ଯାଉଥିଲେ। ହଠାତ୍ ଗାଡିଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଫଳରେ ୧୦ଜଣ କାଉଡିଆ ଆହତ ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଭୁବନ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କାମାକ୍ଷାନଗର ବିଧାୟକ ମେଡିକାଲରେ ପହଞ୍ଚି କାଉଡିଆଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଖବର ପାଇ ଭୁବନ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

Related Articles

Popular Categories