www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀଜଗନ୍ନାଥଙ୍କ ଭୂ-ରାଜସ୍ୱ ଆଦାୟ କଡାକଡି ହେବ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ ଦିଆଯିବ- ମୁଖ୍ୟ ପ୍ରଶାସକ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଅନେକ ଗୁରୁିତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ମୁଖ୍ୟ ପ୍ରଶାସକ କହିଛନ୍ତି। ସେଥିମଧ୍ୟରୁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ କିଭଳି ଭାବେ ଶୃଙ୍ଖଳିତ ଦର୍ଶନ କରିପାରିବେ ସେ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି। ରତ୍ନଭଣ୍ଡାର ପ୍ରସଙ୍ଗ ଏବଂ ଶ୍ରୀମନ୍ଦିର ଭୂସମ୍ପତ୍ତି ପରିଚାଳନା ଅଧିନିୟମ ସମ୍ପର୍କରେ ବିଶେଷ ଆଲୋଚନା ହୋଇଥିବା ମୁଖ୍ୟ ପ୍ରଶାସକ କହିଛନ୍ତି। ମହାପ୍ରଭୁଙ୍କର ଯାହା ବି ଭୂ-ରାଜସ୍ୱ ଆସିବା କଥା ତାହାକୁ କଡାକଡି କରାଯିବ। କୌଣସି ଜମି ମାଫିଆ କିମ୍ବା ଖଣି ମାଫିଆ ଯଦି ଏହାର ଦୁରୁପଯୋଗ କରିଥିବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ଏହାସହିତ ରତ୍ନଭଣ୍ଡାର ପାଇଁ ପ୍ରସ୍ତୁତ ହୋଇଥିବା ଏସଓପି-ଆନନ୍ଦ ବଜାରରେ ଶୃଙ୍ଖଳା ଉପରେ ଗୁରୁତ୍ୱ ଦିଆଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା ପରିଚାଳନା କମିଟି ବୈଠକ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories