www.samajalive.in
Tuesday, December 9, 2025
16.1 C
Bhubaneswar

ନାଳିରେ ଲୁଚିଥିଲା ୧୮ ଫୁଟର ନାଗ, ଉଦ୍ଧାର ଭିଡିଓ ଭାଇରାଲ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ସାପର ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଏକ ୧୮ ଫୁଟ ଲମ୍ବା ନାଗ ଦେଖିବାକୁ ମିଳୁଛି । ଭିଡିଓରେ ନଜର ଆସୁଛି କି ଏକ ନାଗ ପାଇପ ଭିତରେ ଲୁଚି ରହିଛି । ତାକୁ ଉଦ୍ଧାର କରାଯାଉଛି । ସାପର ମୁଣ୍ଡ ଏକ ପାଇପ ଭିତରେ ପଶିବା ଫଳରେ ତାକୁ ବାହାର କରିବା ପାଇଁ ଚେଷ୍ଟା କରାଯାଉଛି । କିନ୍ତୁ ଏହି ସମୟରେ ସାପ ରାଗିଯାଇ ଫଣା ଦେଖାଇ ଡରାଉଛି ।

- Advertisement -

ତେବେ ଏହି ଭିଡିଓ କେଉଁ ସ୍ଥାନର ଏବେ କେବେକାର ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନି । ୪୮ ସେକେଣ୍ଡର ଏହି ଭିଡିଓକୁ ଏପର୍ଯ୍ୟନ୍ତ ୩ ମିଲିୟନରୁ ଅଧିକ ଲୋକ ଦେଖିସାରିଛନ୍ତି । ୧୧ ହଜାରରୁ ଅଧିକ ଲୋକ ଭିଡିଓକୁ ଲାଇକ କରିଛନ୍ତି ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories