www.samajalive.in
Thursday, December 11, 2025
15.1 C
Bhubaneswar

ସାରା ବିଶ୍ୱରେ ବିଜ୍ଞାନ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଭାରତ

ଭୁବନେଶ୍ୱର: ନୀଳାଦ୍ରି ବିହାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଉପସଭାପତି ପଙ୍କଜ କୁମାର କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବେଗୁନିଆ କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡ.ଦିଲ୍ଲିପ କୁମାର ମିଶ୍ର ଯୋଗଦେଇ ବିଜ୍ଞାନ ମେଳାକୁ ଉଦଘାଟନ କରିଥିଲେ।

ସେ କହିଥିଲେ ବିଜ୍ଞାନ ଆମକୁ ଆଗକୁ ଆଗକୁ ନେଇ ଚାଲିଛି। ସାରା ବିଶ୍ୱରେ ଭାରତ ଆଜି ବିଜ୍ଞାନ କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହା କେବଳ ଆମ ବୈଜ୍ଞାନିକ ମାନଙ୍କର ଉନ୍ନତ ଜ୍ଞାନ କୌଶଳ ପାଇଁ ସମ୍ଭବ ହୋଇପାରିଛି। ଭବିଷ୍ୟତରେ ଜଣେ ଜଣେ ସଫଳ ବୈଜ୍ଞାନିକ ହୋଇ ଦେଶାମାତୃକାର ଉନ୍ନତି କଳ୍ପେ ତାହାକୁ ବିନିଯୋଗ କରିବାକୁ ସମସ୍ତ ଶିଶୁ ବୈଜ୍ଞାନିକ ମାନଙ୍କୁ ପରାମର୍ଶ ଦେଇଥିଲେ।

- Advertisement -

ଏହି ଜ୍ଞାନ ବିଜ୍ଞାନ ମେଳାରେ ପ୍ରାୟ ୩୮୫ଜଣ ଶିଶୁ ବୈଜ୍ଞାନିକ ଅଂଶ ଗ୍ରହଣ କରି ନିଜ ନିଜର ପ୍ରକଳ୍ପ ଗୁଡିକ ପ୍ରଦର୍ଶନ କରିଥିଲେ। ବିଜ୍ଞାନ ପ୍ରକଳ୍ପ ବ୍ୟତୀତ ବିଜ୍ଞାନ ପ୍ରଶ୍ନମଞ୍ଚ, ବୈଦିକ ଗଣିତ ପ୍ରଶ୍ନମଞ୍ଚ, ସଂସ୍କୃତିଜ୍ଞାନ ପ୍ରଶ୍ନମଞ୍ଚ, ବିଜ୍ଞାନ ପତ୍ରବାଚନ, ମୂର୍ତ୍ତିକଳା, ସଂଗୀତ ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଜ୍ଞାନ ପ୍ରକଳ୍ପ ଏବଂ ଅନ୍ୟାନ୍ୟ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅର୍ଜନ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି ମେଳାରେ ମୋଟ ୬୭୦ଜଣରୁ ଉଦ୍ଧ୍ୱର୍ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ନେତ୍ରାନନ୍ଦ ଜେନା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥଲେ। ଜ୍ଞାନ ବିଜ୍ଞାନ ମେଳାର ପ୍ରମୁଖ ଦିଲ୍ଲିପ କୁମାର ପ୍ରଧାନ ବିଜ୍ଞାନ ମେଳାର ବିବରଣୀ ପାଠ କରିଥିବାବେଳେ ବିଦ୍ୟାଳୟର ଯୁଗ୍ମ ସଂପାଦକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories