www.samajalive.in
Monday, December 8, 2025
24.1 C
Bhubaneswar

ଏବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ, ପରେଡରେ ଭାଗ ନେବେ ୪୦ଟି କଣ୍ଟିଜେଣ୍ଟ 

ଭୁବନେଶ୍ୱର : ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

- Advertisement -

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୁଲିସ କମିଶନର ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories