www.samajalive.in
Monday, December 15, 2025
24.1 C
Bhubaneswar

ଟ୍ରକ ପଛରେ ପିଟିହେଲା ବାଇକ, ଜଣେ ଗୁରୁତର

ହରଭଙ୍ଗା : ଟ୍ରକ ପଛରେ ପିଟିହେଲା ବାଇକ, ଜଣେ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ମଣିପୁର ଛକ ନିକଟରେ । ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ ଜଣେ ବ୍ୟକ୍ତି ବାଇକ ଯୋଗେ ପହିଲି ବିଡିପିଏଲ କମ୍ପାନୀକୁ କାମ କରିବାକୁ ଯାଉଥିଲେ। ମାତ୍ର ବର୍ଷା କାରଣରୁ ତାଙ୍କ ଗାଡିଟି ମଣିପୁର ଛକ ନିକଟରେ ଭାରସାମ୍ୟ ହରାଇ ଠିଆ ହୋଇଥିବା ଏକ ସ୍କ୍ରାପ ବୋଝେଇ ଟ୍ରକର ପଛପଟେ ପିଟି ହୋଇଥିଲା। ଏଥିରେ ସେ ଗୁରୁତର ଆହାତ ହୋଇଥିଲେ। ଖବର ପାଇ ହରଭଙ୍ଗା ଅଗ୍ନିଶମବାହିନୀ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପ୍ରଥମେ ଚିକିତ୍ସା ପାଇଁ ପୁରୁଣାକଟକ ମେଡିକାଲ ଭର୍ତ୍ତି କରିଥିଲେ। ମାତ୍ର  ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପରେ ବୌଦ୍ଧ ମେଡିକାଲ ଚିକିତ୍ସା ପାଇଁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories