www.samajalive.in
Sunday, December 7, 2025
18.1 C
Bhubaneswar

ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର

ବଣାଇ: ବଣାଇ ଉପଖଣ୍ଡ ଲହୁଣୀପଡା ଥାନା ଅନ୍ତର୍ଗତ ଠାକୁରପାଲି ଗ୍ରାମ ନିକଟରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ମହିଳା ଗୁରୁତର ଆହତ ହୋଇଥିବା ଜଣାପଡିଛି।  ଠାକୁରପାଲି ଗ୍ରାମ ନିକଟରେ କେତେକ ମହିଳା ଚାଷ ଜମିରେ ଚାଷ କାର୍ଯ୍ୟ କରୁ ଥିବା ବେଳେ ହଠାତ କଳା ହାଣ୍ଡିଆ ମେଘ ଘୋଟି ଆସିଥିଲା। ଫଳରେ ମହିଳାମାନେ ଚାଷ କାର୍ଯ୍ୟକୁ ଅଧାରେ ରଖି ବିଲରୁ ଘର ଅଭିମୁଖେ ବାହାରିବା ବେଳେ ଘଡଘଡି ସହିତ ବଜ୍ରପାତ ହୋଇଥିଲା। ଫଳରେ  ମିନାମଞ୍ଜରୀ କିଷାନ ନାମକ ଜଣେ ଯୁବତୀ ବଜ୍ରପାତରେ ଘଟଣାସ୍ଥଳରେ ଟଳି ପଡ଼ିଥିଲେ ଓ ଅନ୍ୟ ତିନିଜଣ ମହିଳା ଗୁରୁତର ଆହତ ହୋଇଥିଲେ।

ଏହା ଦେଖି ନିକଟସ୍ଥ ଜମିରେ କାମ କରୁଥିବା ଯୁବକ ଓ ମହିଳା ମାନେ ଦୌଡ଼ି ଆସି ସମସ୍ତଙ୍କୁ ଉଦ୍ଧାର କରିଥିଲେ।ଏହାପରେ ଏକ ଆମ୍ବୁଲାନ୍ସ ଯୋଗେ ଗୁରୁତର ଆହତମାନଙ୍କୁ ବଣାଇ ଡାକ୍ତରଖାନାକୁ ଆଣି ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ। ଆହତମାନେ ହେଲେ ଠାକୁରପାଲି ଗ୍ରାମର କୌଶଲ୍ୟା ଗଟଛାତ୍ରୀ, ବର୍ଷାରାଣୀ ଗଟଛାତ୍ରୀ ଓ ଯଶବାନ୍ତ କିଷାନ ବୋଲି ଜଣାପଡିଛି। ଖବର ପାଇ ଲହୁଣୀପଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଯୁବତୀଙ୍କ ମୃତଦେହକୁ ଜବତ ପରେ ବ୍ୟବଛେଦ ନିମନ୍ତେ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଜଣାପଡିଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories