www.samajalive.in
Saturday, December 6, 2025
17.1 C
Bhubaneswar

ଭିଜିଲାନ୍ସ ଜାଲରେ ଆଠଗଡ ବିଡ଼ିଓ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ବିଡ଼ିଓ। କଟକ ଜିଲା ଆଠଗଡ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡରେ ଚଢାଉ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌‌ ଚଢାଉ କରିଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଭୁବନେଶ୍ୱରର ଗୌତମ ନଗର ସ୍ଥିତ ବାସଭବନ, ଆଠଗଡରେ ଥିବା କାର୍ଯ୍ୟାଳୟ ଓ କ୍ୱାଟର, ରାଜସୁନାଖଳାରେ ପୈତୃକ ବାସଭବନରେ ଆଜି ସକାଳୁ ଚଢାଉ ହୋଇଛି। ଚଢାଉରେ ୬ଜଣ ଡିଏସପି, ୬ଜଣ ଇନ୍ସପେକ୍ଟର ଏବଂ ୧୦ଜଣ ଏଏସଆଇ ସାମିଲ ହୋଇଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories