www.samajalive.in
Saturday, December 6, 2025
23.1 C
Bhubaneswar

ବିଜେପି ପାଳିବ ‘ହର ଘର ତ୍ରିିରଙ୍ଗା’

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ନିର୍ଦେଶକ୍ରମେ ଦେଶ ପାଇଁ ପ୍ରାଣବଳି ଦେଇଥିବା ଓ କାରାବରଣ କରିଥିବା ବ୍ୟକ୍ତିଙ୍କୁ ସ୍ମରଣ ପାଇଁ ଆସନ୍ତା ୯ରେ କ୍ରାନ୍ତି ଦିବସ ପାଳନ କରାଯିବ। ଏହି ଅବସରରେ ପ୍ରତ୍ୟେକ ଜିଲାରେ ସାଇକଲ ଯାତ୍ରା, ପଦଯାତ୍ରା, ବାଇକ୍‌ ରାଲି ଅନୁଷ୍ଠିତ ହେବ। ସେହିପରି ୧୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା, ସ୍ୱଚ୍ଛତା ଅଭିଯାନ, ୧୩ ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ପ୍ରତ୍ୟେକ ଘର ଓ ଅନୁଷ୍ଠାନରେ ‘ହର୍‌ ଘର ତ୍ରିରଙ୍ଗା’ ଉତ୍ତୋଳନ କରାଯିବା ସହିତ ମହାପୁରୁଷ ଏବଂ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଓ ସ୍ମାରକୀରେ ମାଲ୍ୟାର୍ପଣ କରାଯିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ୧୪ ଅଗଷ୍ଟକୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବେ ପାଳନ କରାଯିବା ସହିତ ସନ୍ଧ୍ୟାରେ ନିରବ ଶୋଭାଯାତ୍ରା ଅନୁଷ୍ଠିତ ହେବ। ୧୬ରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି ପାଳନ କରାଯିବା ସହିତ ୧୯ରେ ରକ୍ଷାବନ୍ଧନ ଉତ୍ସବ ମଣ୍ଡଳସ୍ତରରୁ ରାଜ୍ୟ ପର୍ଯ୍ୟନ୍ତ ପାଳନ କରାଯିବ। ରାଜ୍ୟବାସୀ ସମସ୍ତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ନିବେଦନ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ବିରଞ୍ଚି ତ୍ରିପାଠୀ, ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ପ୍ରସାଦ ଶତପଥୀ ଓ ସୀମାଞ୍ଚଳ ଖଟେଇ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories