www.samajalive.in
Sunday, December 7, 2025
18.1 C
Bhubaneswar

ବିଡ଼ିଓଙ୍କ ଘରୁ ସୁନା, ହୀରା ସହ ନଗଦ ୬ଲକ୍ଷ ଟଙ୍କା ଠାବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କୋଟିପତି ବିଡ଼ିଓ। କଟକ ଜିଲା ଆଠଗଡ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଚଢାଉ ବେଳେ ପୁଳା ପୁଳା ସୁନା ସାଙ୍ଗକୁ ହୀରା ହାର ମିଳିଛି। ଏହାସହିତ ନଗଦ ୬ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍‌‌। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ଘରେ ଚଢାଉ କରିଛଇ ଭିଜିଲାନ୍ସ। ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌‌ ଚଢାଉ କରିଛି। ସୂଚନା ଅନୁସାରେ ଭୁବନେଶ୍ୱରର ଗୌତମ ନଗର ସ୍ଥିତ ବାସଭବନ, ଆଠଗଡରେ ଥିବା କାର୍ଯ୍ୟାଳୟ ଓ କ୍ୱାଟର, ରାଜସୁନାଖଳାରେ ପୈତୃକ ବାସଭବନରେ ଆଜି ସକାଳୁ ଚଢାଉ ହୋଇଛି। ଚଢାଉରେ ୬ଜଣ ଡିଏସପି, ୬ଜଣ ଇନ୍ସପେକ୍ଟର ଏବଂ ୧୦ଜଣ ଏଏସଆଇ ସାମିଲ ହୋଇଛନ୍ତି।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories