www.samajalive.in
Saturday, December 6, 2025
26.1 C
Bhubaneswar

ଜାତୀୟ ରାଜପଥରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପ ଛକ ଜାତୀୟ ରାଜପଥ ଉପରୁ ଗତ ବିଳମ୍ବିତ ରାତିରେ ଅତାବିରା ପୁଲିସ ଜଣେ ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ରାତିରେ ପ୍ରବଳ ବର୍ଷାରେ ରକ୍ତାକ୍ତ ଅବସ୍ଥାରେ ରାଜପଥ ଉପରେ ବୃଦ୍ଧଙ୍କ ମୃତଦେହ ପଡ଼ିଥିବା ଖବର ପାଇ ଅତାବିରା ଥାନା ଅଧିକାରୀ ସୁକୁମାର ତ୍ରିପାଠୀ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲେ। ଏହା ସହ ବରଗଡ଼ ଡାକ୍ତରଖାନାକୁ ପଠାଇଥିଲେ। ମୃତଦେହକୁ ବରଫ କୋଠରୀରେ ରଖାଯାଇଥିବା ଜଣାପଡ଼ିଛି। ବୃଦ୍ଧଙ୍କର କେହି ପରିଚିତ ବା ସମ୍ପର୍କୀୟ ଆସିଲେ ତାଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ତେବେ ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନାହିଁ। ଏହା ବ୍ୟତୀତ କେଉଁ କାରଣରୁ ମୃତ୍ୟୁ ଘଟିଛି ତାହା ମଧ୍ୟ ସ୍ପଷ୍ଟ ଜଣାପଡ଼ି ନଥିବା ଯୋଗୁଁ ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories