www.samajalive.in
Monday, December 15, 2025
24.1 C
Bhubaneswar

କୁସ୍ତିରୁ ଭିନେଶ ଫୋଗଟ୍ ଙ୍କ ଅଲବିଦା : କହିଲେ ସାହସ ହରାଇବା ପରେ ଆଉ ନାହିଁ ସାମର୍ଥ୍ୟ

ନୂଆଦିଲ୍ଲୀ: କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ୍। ପ୍ୟାରିସ୍ ଅଲିମ୍ପିକ୍ସରୁ ବାଦ୍‌ ପଡିବା ପରେ ସେ ଏଭଳି ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସନ୍ନ୍ୟାସ ନେଇଥିବା ସେ ନିଜ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି।  ସେ କହିଛନ୍ତି କୁସ୍ତି ମୋ ବିପକ୍ଷରେ ମ୍ୟାଚ୍ ଜିତିଗଲା , ମୁଁ ହାରିଗଲି। ଏକ୍ସ ମାଧ୍ୟମରେ ସେ ତାଙ୍କ ମା’ଙ୍କୁ କ୍ଷମା ମାଗିଛନ୍ତି। ଏବଂ ଲେଖିଛନ୍ତି କ୍ଷମା କର, ମୁଁ ହାରିଗଲି। ତୁମର ସ୍ୱପ୍ନ, ମୋର ସାହସ ସବୁ ଭାଙ୍ଗି ଯାଇଛି। ମୋର ଏହାଠାରୁ ଅଧିକ ଶକ୍ତି ନାହିଁ। ସାହସ ହରାଇବା ପରେ ଆଉ ମୋର ସାମର୍ଥ୍ୟ ନାହିଁ । ୨୦୦୧-୨୦୨୪ର କୁସ୍ତି କ୍ୟାରିୟରକୁ ସେ ବାଏ ବାଏ କରିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories