www.samajalive.in
Sunday, December 14, 2025
16.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ: ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ, ୧୦ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର :  ଗାଙ୍ଗେୟ ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ସହିତ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ସୂଚନାନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର ଏବଂ ବଲାଙ୍ଗିର ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାରୁ ସତର୍କ ରହିବାକୁ ଏସ୍‌ଆର୍‌ସି ସତ୍ୟବ୍ରତ ସାହୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷା ଥିବାରୁ ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ଉପୁଜିପାରେ। ରାସ୍ତାର ଉଭୟ ପାର୍ଶ୍ବରେ ପାଣି ଜମା ହେବା ସହିତ ଟ୍ରାଫିକ୍ ଭିଡ଼ ସମ୍ଭାବନା ରହିଛି। ବର୍ଷା ସମୟରେ ଆଗକୁ ଦୃଶ୍ୟମାନ କ୍ଷମତା କମ୍‌ ରହିବ। ସହରାଞ୍ଚଳରେ ଜଳ ନିଷ୍କାସନରେ ସମସ୍ୟା ଉପୁଜିପାରେ। ସତର୍କ ସୂଚନା ଦିଆଯାଇଥିବା ଅଞ୍ଚଳରେ କଚ୍ଚାଘର ଭାଙ୍ଗିବା, ରାସ୍ତା ଧୋଇ ହୋଇଯିବା, ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ପନିପରିବା ଫସଲ ନଷ୍ଟ ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories