www.samajalive.in
Monday, December 8, 2025
17.1 C
Bhubaneswar

ଭୁବନେଶ୍ଵରରେ ମୋହନ ଭାଗବତ

ଭୁବନେଶ୍ଵର: ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ଵରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସରସଂଘ ଚାଳକ ଡ.ମୋହନ ଭାଗବତ। ଆଜି ଦିନ ପ୍ରାୟ ସାଢେ ୧ଟା ସମୟରେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ। ତେବେ ଆଜି ସେ ଭୁବନେଶ୍ଵରରେ ରହିବେ ବୋଲି ଜଣାପଡ଼ିଛି। ଶୁକ୍ରବାର ସେ ପୁରୀ ଯାଇ ଜଗା ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ମିଳିଥିବା ସୂଚନା ମୁତାବକ, ଅଗଷ୍ଟ ୧୦ ଓ ୧୧ ଦୁଇ ଦିନ ଧରି ପୁରୀରେ ପ୍ରାନ୍ତ ସେବା ପ୍ରମୁଖ ବୈଠକ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବେ ମୋହନ ଭାଗବତ। ଅଗଷ୍ଟ ୧୨ରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ। ଏନେଇ ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ସୂଚନା ଦେଇଛନ୍ତି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories