www.samajalive.in
Tuesday, December 9, 2025
17.1 C
Bhubaneswar

ନାଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ

ଭୁବନେଶ୍ୱର : ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟିମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ । ଏହାଦ୍ୱାରା ଖାଉଟିମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି । ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ । ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ।  ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories