www.samajalive.in
Monday, December 8, 2025
24.1 C
Bhubaneswar

ଜିଲା ଆଇନସେବା ପ୍ରାଧିକରଣ କାର୍ଯ୍ୟାଳୟ ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ : ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଅଫିସ ଦ୍ୱାରା ବ୍ରାହ୍ମଣୀପାଲି ଉଚ୍ଚ ବିଦ୍ୟାଳୟ, ବ୍ରାହ୍ମଣୀପାଲି, ବୌଦ୍ଧ ଠାରେ ବିଭିନ୍ନ ସରକାରୀ ସାମାଜିକ ମଙ୍ଗଳ ଯୋଜନା ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମଟି ଜିଲା ଆଇନସେବା ପ୍ରାଧିକରଣ, ବୌଦ୍ଧର ଅଧ୍ୟକ୍ଷ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଏବଂ ସଚୀବ ଶାଶ୍ବତି ମିଶ୍ରଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଦାମ ଚରଣ ସାମଲ, ଗ୍ରାମ ପଂଚାୟତ ମଙ୍ଗଳ ଏବଂ ବିକାଶ ଅଧିକାରୀ ବିରଂଚି ପଣ୍ଡା, ବ୍ରାହ୍ମଣୀପାଲି ଗ୍ରାମ ପଂଚାୟତର ସରପଂଚ ଅରୁଣ କୁମାର ବାଘ ଏବଂ ବ୍ରାହ୍ମଣୀପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ମହାକୁଡ ଉପସ୍ଥିତ ଥିଲେ।

- Advertisement -

କାର୍ଯ୍ୟକ୍ରମରେ ବ୍ରାହ୍ମଣୀପାଲି ଗ୍ରାମ ପଂଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ , ବ୍ରାହ୍ମଣୀପାଲି ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ବହୁ ପରିମାଣରେ ଉପସ୍ଥିତ ରହି ଏହାକୁ ସାଫଲ୍ୟ ମଣ୍ଡିତ କରିଥିଲେ। ଏଥିରେ ଉପସ୍ଥିତ ଥିବା ଅଧିକାରୀ ସମସ୍ତଙ୍କୁ ଆମ୍ଭ ସରକାରଙ୍କ ଦ୍ୱାରା ଲୋକମାନଙ୍କ ପାଇଁ ଗଠିତ ହୋଇଥିବା ବିଭିନ୍ନ ମଙ୍ଗଳକାରୀ ଯୋଜନା ଏବଂ ଏହାର କାର୍ଯ୍ୟକାରିତା ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories