www.samajalive.in
Monday, December 8, 2025
20.1 C
Bhubaneswar

ବିବାହିତ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁଲିସର ତଦନ୍ତ ଜାରୀ

ଫୁଲବାଣୀ:ସଦର ଥାନା ଅନ୍ତର୍ଗତ ବିଶିପଡା ପଂଚାୟତର କୁମୁରିଗୂଡା ନିକଟରେ ଥିବା ଏକ ଜାମୁକୋଳି ଗଛରୁ ଜଣେ ବିବାହିତ ମହିଳାଙ୍କ ଝୁଲନ୍ତା ମୃତଦେହ ପୁଲିସ ଉଦ୍ଧାର କରିଛି ଓ ମୃତ ମହିଳା ଜଣକ କୁମୁରିଗୂଡାର ମନୋରଞ୍ଜନ ଦିଗାଲଙ୍କ ସ୍ତ୍ରୀ ସୀମନ୍ତି ଦିଗାଲ ବୋଲି ଜଣାପଡିଛି। ତାଙ୍କର ଦୁଇଟି ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି।

ସୂଚନା ମୁତାବକ, ସୀମନ୍ତି ବୁଧବାର ସକାଳୁ ଘରୁ କୁଆଡେ ଚାଲି ଯାଇଥିଲେ। ସନ୍ଧ୍ୟା ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରି ମଧ୍ୟ ତାଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ଗୁରୁବାର ଅପରାହ୍ନ ତିନିଟା ସମୟରେ ଗାଁ ନିକଟରେ ଥିବା ଜଙ୍ଗଲକୁ କିଛିଲୋକ ଯାଇଥିବା ସମୟରେ ଏକ ଜାମୁକୋଳି ଗଛରେ ତାଙ୍କ ମୃତଦେହ ଝୁଲୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ।

- Advertisement -

ଖବର ପାଇ ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଂଚି ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁକରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ମୃତ୍ୟୁର କାରଣ ଜଣା ପଡି ନ ଥିବା ବେଳେ ଏ ନେଇ ତଦନ୍ତ ଜାରୀ ରହିଥିବା ଥାନା ଅଧିକାରୀ ସୀତାଂଶୁ ଶେଖର ମାନ୍ଧାତା ସୂଚନା ଦେଇଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories