www.samajalive.in
Saturday, December 6, 2025
16.1 C
Bhubaneswar

ହୀରାକୁଦରେ ଖୋଲିଲା ଆଉ ୬ଗେଟ୍‌‌; ଫୁଲୁଛି ମହାନଦୀ, ୧୦ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ସମାଜ ଡିଜିଟାଲ ଡେସ୍କ: ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ହୀରାକୁଦରେ ବଢିଛି ଜଳସ୍ତର। ଆଜି ଆଉ ୬ଟି ଗେଟ୍‌‌ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୪ଟି ଗେଟ୍‌‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଜଳ ଭଣ୍ଡାରରୁ ଗେଟ ଖୋଲିବା ପରେ ମହାନଦୀରେ ବଢିଛି ଜଳସ୍ତର। କଟକର ମୁଣ୍ଡଳୀଠାରେ ୫.୭୮ ଲକ୍ଷ୍ୟ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସେସବୁ ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ, ଅନୁକୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା। ବିଶେଷ କରି ଏହି ସବୁ ଜିଲାର ତଳିଆ ଅଞ୍ଚଳରେ ରହୁଥିବା ଲୋକମାନେ ସତର୍କ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories