www.samajalive.in
Tuesday, December 9, 2025
17.1 C
Bhubaneswar

ନାବାଳିକା ଅସଦାଚରଣ ମାମଲା: ଅଭିଯୁକ୍ତକୁ ୩ ଵର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ: ଫୁଲବାଣୀ ଫାଷ୍ଟଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ୧୩ ବର୍ଷୀୟା ନାବାଳିକାକୁ ଅସଦାଚରଣ ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଦାରିଙ୍ଗବାଡ଼ି ଥାନା ଦଳବାଡି ଅଞ୍ଚଳର ମୁକେଶ କୁମାର ନାୟକ(୩୮)କୁ ଦୋଷୀ ସାବ୍ୟସ୍ତ କରି ୩ଵର୍ଷ  ସଶ୍ରମ କାରାଦଣ୍ଡ ସହ ୩ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଅଧିକ ୯ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାର ଶୁଣାଣି ବେଳେ ୧୭ଜଣ ସାକ୍ଷ୍ୟ ପ୍ରଦାନ କରିଥିଲେ। ସରକାରଙ୍କ ତରଫରୁ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟର ସ୍ବତନ୍ତ୍ର ସରକାରୀ ଓକିଲ ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

ମାମଲାର ବିବରଣୀ ଅନୁସାରେ, ଗତ ତା ୦୧.୦୫.୨୦୧୬ରିଖରେ ଅଭିଯୁକ୍ତ କୁକୁଡ଼ା କିଣିବାକୁ ବୋଲେରୋ ଗାଡ଼ି ନେଇ ପୀଡ଼ିତା ଘରକୁ ଯାଇଥିଲା। ଏହି ସମୟରେ ସେ ପୀଡ଼ିତାଙ୍କୁ ଅସଦାଚରଣ କରିଥିଲେ। ଏ ନେଇ ପରିବାର ପକ୍ଷରୁ ଥାନାରେ ମାମଲା ରୁଜୁ ହୋଇଥିଲା। ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories