www.samajalive.in
Sunday, December 7, 2025
26.1 C
Bhubaneswar

ଓ୍ବାୟନାଡରେ ମୋଦୀ, ଆକାଶମାର୍ଗରୁ ଭୂସ୍ଖଳନ ଅଞ୍ଚଳ ନିରୀକ୍ଷଣ କଲେ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର କେରଳର ଓ୍ବାୟନାଡ ଜିଲା ଗସ୍ତ କରି ଭୂସ୍ଖଳନ ଦ୍ଵାରା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୋଦୀ ପ୍ରଥମେ ବାୟୁସେନା ହେଲିକପ୍ଟର ଯୋଗେ ଭୂସ୍ଖଳନରେ ଧ୍ବଂସ ହୋଇଯାଇଥିବା ଚୁରଲମାଲା, ମୁଣ୍ଡକ୍କଇ ଏବଂ ପଞ୍ଚିରିମଟ୍ଟମ ବସ୍ତିଗୁଡ଼ିକୁ ଆକାଶମାର୍ଗରୁ ନିରୀକ୍ଷଣ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ, ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ ଏବଂ କେନ୍ଦ୍ରୀୟ ପର୍ଯ୍ୟଟନ ତଥା ତୈଳ ଓ ପ୍ରାକୃତିକ ବାଷ୍ପ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ ମଧ୍ୟ ସାମିଲ ଥିଲେ। ଆକାଶମାର୍ଗରେ ନିରୀକ୍ଷଣ ପରେ ପ୍ରଧାନମନ୍ତ୍ରୀ କଲପେଟ୍ଟାସ୍ଥିତ ଏସକେଏମଜେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପଡ଼ିଆରେ ଓହ୍ଲାଇ ସଡ଼କ ମାର୍ଗରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଥିଲେ।

ଭୂସ୍ଖଳନରେ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ କେରଳ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ୨ ହଜାର କୋଟି ଟଙ୍କାର ସହାୟତା ମାଗିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ନିଜେ ଅଞ୍ଚଳ ପରିଦର୍ଶନ କରିବାକୁ ଆସିଛନ୍ତି। ଗତ ଜୁଲାଇ ୩୦ ତାରିଖରେ ଏହି ଅଞ୍ଚଳରେ ଭୂସ୍ଖଳନ ଯୋଗୁ ୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା। ଶତାଧିକ ଲୋକ ଏବେ ବି ନିଖୋଜ ରହିଛନ୍ତି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories