www.samajalive.in
Sunday, December 7, 2025
16.1 C
Bhubaneswar

ଜାତୀୟ କୃମିନାଶକ ଦିବସ ପାଳିତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାତୀୟ କୃମିନାଶକ ଦିବସ ପାଳନ କରାଯାଇଛି। ୧ରୁ୧୯ ବର୍ଷ ବୟସ ପର୍ଯ୍ୟନ୍ତ ସମସ୍ତ ପିଲା ଓ ୨୦ ରୁ ୨୪ ବର୍ଷ ବୟସର ଗର୍ଭବତୀ ମହିଳାଙ୍କୁ କୃମିନାଶକ ଔଷଧ ସେବନ କରିବାକୁ ଦିଆଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ର, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟରେ କୃମିନାଶକ ବଟିକା ଦିଆଯାଇଛି। ଉଚ୍ଚ ବିଦ୍ୟାଳୟରେ ସ୍ୱାସ୍ଥ୍ୟ ବିଭାଗର ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସୁରେଶ କୁମାର ମହାନ୍ତି, ବିପିଏମ କୈଳାସ ଚନ୍ଦ୍ର ନାୟକ, ପୁରୁଷ ସ୍ୱାସ୍ଥ୍ୟ କର୍ମୀ ରବି ନାରାୟଣ ଦାସ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗୁଡୁଲା ନାଗେଶ କୁମାର, ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ଦଳେଇ, ରାମଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି କୃମି ସଂକ୍ରମିତ ହୋଇଥିବା ପିଲାମାନେ ଅଧିକ ସ୍ୱାସ୍ଥ୍ୟବାନ ହୁଅନ୍ତୁ। କୃମି କେଉଁ ପ୍ରଭାବ ପକାଇବ ଓ ତାର ନିୟନ୍ତ୍ରଣ ଉପାୟ ବିଷୟରେ ବୁଝାଇଥିଲେ। ଏଥିରେ ସମସ୍ତ ଅଙ୍ଗନବାଡି କର୍ମୀ, ଆଶା, ମହିଳା ଓ ପୁରୁଷ ସ୍ୱାସ୍ଥ୍ୟ କର୍ମୀ ମାନେ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିଛନ୍ତି।

ପୁରୀରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଘଟଣା ; ୪ ଗିରଫ

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories