www.samajalive.in
Sunday, December 7, 2025
26.1 C
Bhubaneswar

ୱାୟନାଡ ସ୍ଥିତି ଦେଖିଲେ ମୋଦୀ; ହୋଇପାରେ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା

ସମାଜ ଡିଜିଟାଲ ଡେସ୍କ: କେରଳର ୱାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ପରିଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୂସ୍ଖଳନ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଅଞ୍ଚଳରେ ପହଞ୍ଚି ସମୀକ୍ଷା କରିଛନ୍ତି। ଏହି ସମୟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଉପସ୍ଥିତ ରହିଥିଲେ। ଏହି ବିପର୍ଯ୍ୟୟକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବାକୁ କେରଳର ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏହାସହିତ ୨ହଜାର କୋଟି ଟଙ୍କାର ସହାୟତା ମାଗିଛନ୍ତି ମୁଖ୍ୟମନ୍ତ୍ରୀ। ମୋଦୀଙ୍କ ସମୀକ୍ଷା ପରେ ପୀଡିତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି କେନ୍ଦ୍ର ସରକାର। ୩୦ଜୁଲାଇରେ କେରଳରେ ପ୍ରବଳ ବର୍ଷା ଯୋଗୁ ୱାୟନାଡ ଜିଲାରେ ଭୂସ୍ଖଳନ ଘଟିଥିଲା। ଏଯାଏଁ ଏହି ଅଘଟଣରେ ୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଏବେବି ନିଖୋଜ ଅଛନ୍ତି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories