www.samajalive.in
Saturday, December 6, 2025
19.1 C
Bhubaneswar

ପ୍ରେମିକ ଘରେ ନିଆଁ ଲଗାଇଲା ପ୍ରେମିକା

ବାସୁଦେବପୁର : ବାସୁଦେବପୁର ଥାନା ଅଧିନ ପଦ୍ମପୁର ପଞ୍ଚାୟତ ରୁକଣାଦେଇପୁର ଗ୍ରାମର ସୁଦର୍ଶନ ମହାପାତ୍ରଙ୍କ ପୁଅ ପ୍ରଭାତ ଭଦ୍ରକ ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଇ ଆସୁଥିଲା। ବିବାହର ପ୍ରତିଶ୍ରୁତିକୁ ନେଇ ପ୍ରେମିକର ଆର୍ଥିକ ଦୁରାବସ୍ଥା ସମୟରେ ପ୍ରେମିକା ଜଣକ ଆର୍ଥିକ ସହାନୁଭୂତି ଦେଖାଇବା ସହ ପ୍ରେମିକ ଘରକୁ ଅନେକ ସମୟରେ ବୁଲିବାକୁ ଆସୁଥିଲା। ଏମିତିକି ପ୍ରେମିକ ଚାଳ ଛପରକୁ ମରାମତି କରିବା ପାଇଁ ଆର୍ଥିକ ସାହାଯ୍ୟ କରିଥିଲା ବୋଲି ଶୁଣିବାକୁ ମିଳିଛି।
ଶୁକ୍ରବାର ଅପରାହ୍ନରେ ବୁଲିବାକୁ ଆସିଥିବା ସମୟରେ ଭାବି ଶାଶୁଙ୍କ ଅସହ୍ୟ କଥା ସହି ନପାରି ଶେଷରେ ପ୍ରେମିକର ଘରେ ନିଆଁ ଲଗାଇ ଦେଇଥିଲା ପ୍ରେମିକା। ଅପରପକ୍ଷରେ ନିଜ ପୁଅକୁ ଏକତରଫା ଭଲପାଇ ଆସୁଥିବା ଯୁବତୀ ଜଣକ ବ୍ଲାକମେଲ କରି ଲକ୍ଷ ଲକ୍ଷ ଟଙ୍କା ଲୁଟି ନେବା ପରେ ଶୁକ୍ରବାର ଅପରାହ୍ନ ସମୟରେ ଘରେ ନିଆଁ ଲଗାଇବାକୁ ନେଇ ଆଜି ଥାନାରେ ଲିଖିତ ଅଭିଯୋଗ ହୋଇଛି। ଲିଖିତ ଅଭିଯୋଗକୁ ଭିତ୍ତି କରି ବାସୁଦେବପୁର ପୁଲିସ ଯୁବତୀ ଜଣକୁ ଥାନାରେ ଅଟକ ରଖି ଘଟଣାର ଜାରି ରଖିଛି।

ପୁରୀରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଘଟଣା ; ୪ ଗିରଫ

- Advertisement -

 

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories