www.samajalive.in
Tuesday, December 9, 2025
16.1 C
Bhubaneswar

ଆଜିଠୁ କମିବ ବର୍ଷା: ୧୪ରୁ ପୁଣି ବଢିବ

ଭୁବନେଶ୍ୱର: ଆସନ୍ତା ୩ଦିନ ପର୍ଯ୍ୟନ୍ତ ବିଜୁଳି ଘଡଘଡି ସହ କେତେକ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ।  କିନ୍ତୁ ୧୪ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶନିବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ ନୟାଗଡରେ ୨୫.୬ମି.ମି ବର୍ଷା ରେକର୍ଡ କରାଯାଇ ଥିବାବେଳେ ମାଲକାନଗିରି ୧୩.୪, ସୁବର୍ଣ୍ଣପୁର ୧୨, ବାରିପଦା ୮.୪, ବଲାଙ୍ଗିର ୮ ଏବଂ ଢେଙ୍କାନାଳରେ ୭.୬ମି.ମି ବର୍ଷା ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ଜଗତସିଂହପୁର, ନୟାଗଡ, ଯାଜପୁର ଏବଂ କଟକ ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଜୁନ୍ ୧ରୁ ଅଗଷ୍ଟ ୧୦ ସୁଦ୍ଧା ରାଜ୍ୟରେ ସ୍ବାଭାବିକ ବର୍ଷା ୬୭୭ ମି.ମି ହେବାକୁ ଥିବାବେଳେ ୬୨୬.୨ମି.ମି ବର୍ଷା ହୋଇଛି, ଯାହାକି ୭ ପ୍ରତିଶତ ନିଅଣ୍ଟିଆ। ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, ପୁରୀ ଏବଂ କେନ୍ଦ୍ରାପଡା ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଉପରୋକ୍ତ ଜିଲାଗୁଡିକରେ ସ୍ବାଭାବିକ ବର୍ଷାରୁ ୨୦ରୁ ୫୯ପ୍ରତିଶତ ମଧ୍ୟରେ ନିଅଣ୍ଟିଆ ବର୍ଷା ଥିବା ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories