www.samajalive.in
Monday, December 8, 2025
14.1 C
Bhubaneswar

ଗାଡ଼ି ସହ ୧୦୦ କେଜି ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡି: ଗଞ୍ଜେଇ ଚୋରା ଚାଲାଣ ବେଳେ ଦାରିଙ୍ଗବାଡି ପୁଲିସ ଚଢ଼ଉ କରି ଗାଡ଼ି ସହ ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ୨ ଜଣଙ୍କୁ ପୁଲିସ ଗିରଫ କରିଛି। ପୁଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଇନି ସାହି ଶଙ୍ଖ ନିକଟରେ ପୋଲିସ ଗାଡ଼ିକୁ ଅଟକାଇ ତନଖି କରିଥିଲା। ଏକ ପିକଅପ ଗାଡ଼ିରୁ ୧୦୦କେଜି ୬୦୦ଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଚାଲାଣରେ ସଂପୃକ୍ତ ଡ୍ରାଇଭର ସହିତ ଆଉ ଜଣେ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିଲା। ଗିରଫ ଅଭିଯୁକ୍ତମାନେ ହେଲେ  ବାଲିଗୁଡା ଥାନା ଅଞ୍ଚଳ ତିଲୋରୀ ପଞ୍ଚାୟତ ଅନ୍ତର୍ଗତ ଜଗେରମାହା ଗ୍ରାମର ଏଲିଆସ ଦିଗାଳ (୨୭) ଏବଂ ସେହି ଗ୍ରାମର ସନୋଜ ପ୍ରଧାନ (୨୫) ବୋଲି ପୋଲିସ ସୂଚନା ଦେଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories