www.samajalive.in
Sunday, December 7, 2025
26.1 C
Bhubaneswar

ସ୍ଵାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ ? ଆସିଲା ତାଲିକା..

ସମାଜ ଡିଜିଟାଲ ଡେସ୍କ: ସ୍ଵାଧୀନତା ଦିବସକୁ ଆଉ ମାତ୍ର ୪ ଦିନ ବାକି। ୭୮ତମ ସ୍ଵାଧୀନତା ଦିବସ ପାଳନ କରିବାକୁ ଯାଉଛି ଦେଶ। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ସାରା ଦେଶ। ରାଜ୍ୟସ୍ତରରେ ମଧ୍ୟ ସ୍ଵାଧୀନତା ଦିବସ ପାଳନ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି। ସ୍ବାଧୀନତା ଦିବସ ଅବସରରେ ଉଭୟ ରାଜ୍ୟ ଓ ଜିଲାସ୍ତରରେ ପତାକା ଉତ୍ତୋଳନ ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ଚଳିତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହୋଇଥିବାବେଳେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ତାଲିକା ପ୍ରକାଶ ପାଇଛି।

ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ଆଲୋଚନା ‌ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

- Advertisement -

ଅପରପକ୍ଷେ ଜିଲାସ୍ତରରେ ମନ୍ତ୍ରୀ ଓ ଜିଲାପାଳମାନେ ପତାକା ଉତ୍ତୋଳନ କରିବେ ବୋଲି ନିର୍ଦେଶ ରହିଛି। ନୂଆପଡ଼ାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ। କଳାହାଣ୍ଡିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସୁନ୍ଦରଗଡ଼ରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, କୋରାପୁଟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗଞ୍ଜାମରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବରଗଡ଼ରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବାଲେଶ୍ବରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗୀରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ, ମାଲକାନଗିରିରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, କନ୍ଧମାଳରେ ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ରାୟଗଡ଼ାରେ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ତ୍ରିରଙ୍ଗା ଉଡ଼ାଇବେ। ସେହିପରି ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ଜଗତସିଂହପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ସୋନପୁର, ଢେଙ୍କାନାଳ, ବ୍ରହ୍ମପୁର, ଭଦ୍ରକ, ବୌଦ୍ଧ, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରେ ଜିଲାପାଳମାନେ ତ୍ରିରଙ୍ଗା ଉଡ଼ାଇବେ। ରାଉରକେଲାରେ ସୁନ୍ଦରଗଡ଼ ଜିଲାପାଳ ପତାକା ଉତ୍ତୋଳନ କରିବେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories