www.samajalive.in
Tuesday, December 9, 2025
15.1 C
Bhubaneswar

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ବୈଠକ

ଫୁଲବାଣୀ: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଏକ ବୈଠକ ଓଷ୍ଟା ଜିଲା ସଭାପତି ଚର୍ତୁଭୂଜ ଦୋରାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶିକ୍ଷାଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଓଷ୍ଟା ଜିଲା ସଂପାଦକ ରଂଜନ କୁମାର ମହାନ୍ତିଙ୍କ ଆହ୍ୱାନରେ ଅନୁଷ୍ଠିତ ଏହି ବୈଠକରେ ବିଶେଷ କରି ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀମାନଙ୍କର ଅନେକ ଦିନର ଦାବି ଗୁଡ଼ିକ ଉପରେ ଆଲୋଚନା କରାଯାଇଛି। ବିଶେଷ କରି ପୁରୁଣା ପେନସନ୍ ପ୍ରଦାନ କରିବା , ଚାକରି ସର୍ତ୍ତାବଳି ଲାଗୁ କରିବା , ଅନୁଦାନ ଯୋଗ୍ୟ ସ୍କୁଲ କଲେଜକୁ ଅନୁଦାନ ପ୍ରଦାନ କରିବା , ପୂର୍ଣ୍ଣ ଅନୁଦାନରୁ ବଞ୍ଚିତ ହୋଇଥିବା ବିଦ୍ୟାଳୟ ଗୁଡ଼ିକୁ ତୁରନ୍ତ ଅନୁଦାନ ପ୍ରଦାନ କରିବା , ଅବସର ବୟସ ୬୨ ବର୍ଷକ ବୃଦ୍ଧି କରିବା ଭଳି ଦାବି କରାଯାଇଛି। ପୂର୍ବରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଏ ଦିଗରେ ସଂଘ ପକ୍ଷରୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇନଥିବା ବେଳେ ଏହାର ପ୍ରତିବାଦରେ ଆସନ୍ତା ଅଗଷ୍ଟ ୧୬ ତାରିଖକୁ କଳା ଦିବସ ଭାବେ ପାଳନ କରିବା ପାଇଁ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଏକ ପ୍ରେସ୍ ବିବୃତ୍ତିରେ କୁହାଯାଇଛି।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକାରି ସଭାପତି ପ୍ରଫୁଲ କମାର ବିଶୋୟୀ , ଉପସଭାପତି ରଂଜନ କୁମାର ମିଶ୍ର , ଯୁଗ୍ମ ସଂପାଦକ ଅଶୋକ କୁମାର ସାହୁ , ଉପଦେଷ୍ଟା ପ୍ରଫୁଲ ସାହୁ , ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗଣେଶ୍ୱର ଦଳାଇ ପ୍ରମୁଖ ଅଭିଭାଷଣ ପ୍ରଦାନ କରିଥିବା ବେଳେ ବହୁ ସଂଖ୍ୟାରେ ସଦସ୍ୟ ଓ ସଦସ୍ୟମାନେ ସାମିଲ୍ ହୋଇଥିଲେ। ଆସନ୍ତା ୧୬ ତାରିଖରେ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ସମାବେଶରେ ବହୁ ସଂଖ୍ୟାରେ ସାମିଲ୍ ପାଇଁ ମଧ୍ୟ ଅନୁରୋଧ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories