www.samajalive.in
Monday, December 8, 2025
27.1 C
Bhubaneswar

ବିହାର ସିଦ୍ଧନାଥ ମନ୍ଦିରରେ ଦଳାଚକଟା: ୭ ମୃତ, ୯ ଗୁରୁତର

ନୂଆଦିଲ୍ଲୀ: ବିହାର ଜେହନାବାଦ ଜିଲ୍ଲାର ବାବା ସିଦ୍ଧନାଥଙ୍କ ମନ୍ଦିରରେ ଅଘଟଣ ଘଟିଛି।  ଦଳାଚକଟାରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ଆଜି ଶ୍ରାବଣ ମାସର ଚତୁର୍ଥ ସୋମବାର ଥିବାରୁ ମନ୍ଦିରରେ ଜଳଲାଗି ଓ ପୂଜା କରିବା ଲାଗି ପ୍ରବଳ ଭିଡ ହୋଇଥିଲା। ଭିଡ ଯୋଗୁଁ ଦଳାଚକଟା ହେବାରୁ ୩ ଜଣ ମହିଳାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ହୋଇଛି। ୯ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ପାଇବା ପରେ ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲେ। ଆହତମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମନ୍ଦିରରେ ଏପରି ଘଟଣା କିପରି ଘଟିଲା, ସେନେଇ ବର୍ତ୍ତମାନ ପୋଲିସ ତଦନ୍ତ କରୁଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories