www.samajalive.in
Sunday, December 7, 2025
13.1 C
Bhubaneswar

ଚାକିରି କ୍ଷେତ୍ରରେ ପଦୋନ୍ନତି ହେବ: ସୋମବାର ରାଶିଫଳ

ମେଷ: ସମ୍ବେଦନା ସହିତ ଯୋଡ଼ିହେଲେ ସେବାର ମହତ୍ତ୍ବ ଉପଲବ୍ଧ ହେବ। ଜଣେ ସଚ୍ଚା ସେବକ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଧୈର୍ଯ୍ୟବାନ୍‌ ହେବେ।
ବୃଷ: ଭ୍ରାତୃପ୍ରେମରେ ଅନୁବନ୍ଧିତ ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଜୀବନ ସେବାରେ ବିତିବ।
ମିଥୁନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନ ଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧର୍ମଜ୍ଞ ହେବେ। ଦାନଧର୍ମ କରିପାରନ୍ତି।
କର୍କଟ:କୃଷି କର୍ମକାରୀ ହେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରସ୍ପର ସ୍ନେହ ରଖି ଘରକୁ ବୈକୁଣ୍ଠ ସମାନ କରିପାରନ୍ତି।
ସିଂହ:ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଆଚାର, ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ଭାଷା ଅମୃତ ଆସ୍ପାଦନ ତୁଲ୍ୟ ହୋଇପାରେ। ପ୍ରେମୀ ଓ ସାହସୀ ହେବେ। ଅନୁଗତମାନଙ୍କର ପୂଜ୍ୟ ହୋଇପାରନ୍ତି।
କନ୍ୟା:ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନସମ୍ପଦ ଭରପୂର ରହିବ।
ବିଛା: ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସା ସାଉଁଟିବେ।
ଧନୁ: ସୁସ୍ଥ ଓ ନିରାମୟ ରହିବେ। ଯଶ୍ବସୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ମକର: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।
କୁମ୍ଭ:ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ସେବା କାର୍ଯ୍ୟକୁ ଆଦରି ନେବେ।
ମୀନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ଭାରସାମ୍ୟ ହରାଇ ଅପଦସ୍ତ ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories