www.samajalive.in
Sunday, December 7, 2025
16.1 C
Bhubaneswar

ନବୋଦୟ ବିଦ୍ୟାଳୟରେ ସମନ୍ୱୟ ବୈଠକ

ପାତ୍ରପୁର: ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ସୁରଙ୍ଗିଠାରେ ଥିବା ପି.ଏମ୍‌‌.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟର ସଭାଗୃହ ପରିସରରେ ଅଭିଭାବକ ଓ ଶିକ୍ଷକମାନଙ୍କୁ ନେଇ ଏକ ସମନ୍ୱୟ ବୈଠକ ଅଧ୍ୟକ୍ଷ ପୀତବାସ ପ୍ରହରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ସହ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ଅଧ୍ୟକ୍ଷ ପ୍ରହରାଜ ବିବରଣୀ ପାଠ କରି  ନବୋଦୟ ବିଦ୍ୟାଳୟ ଉପରେ ଆଲୋକପାତ କରିବା ସହ ଆଗାମୀ ଶିକ୍ଷାବର୍ଷରେ ହେବାକୁ ଥିବା ଷଷ୍ଠଶ୍ରେଣୀ ପ୍ରବେଶିକା ପରୀକ୍ଷା ଏବଂ ପଞ୍ଜୀକରଣ ବୃଦ୍ଧି ଉପରେ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ନୂତନ ଅଭିଭାବକ ଶିକ୍ଷକ ସମିତି ଗଠନ ପାଇଁ ନିଷ୍ପତ୍ତି ନିଆଯାଇ ଜିଲ୍ଲାର ୧୦ ଜଣ ଅଭିଭାବକ ଓ ୫ ଜଣ ଅଧ୍ୟାପକଙ୍କୁ ନୂତନ ସଦସ୍ୟ ଭାବେ ମନୋନୀତ କରାଯାଇଥିଲା। ପୂର୍ବ ଏବଂ ନୂତନ କମିଟି ସଦସ୍ୟଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଦ୍ୟାଳୟରେ ପିଲାଙ୍କୁ ମୋବାଇଲ ବାରଣ କରିବା ସହ  ଅଭିଭାବକମାନେ ପିଲାଙ୍କୁ ମୋବାଇଲ ନ ଦେବାକୁ ଆଲୋଚନା ହୋଇଥିଲା। ଅଧ୍ୟାପକ ଅଭିମନ୍ୟୁ ଭଟ୍ଟ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories