ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ। ଆରଆଣ୍ଡବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ ବେଳେ ବିପୁଳ ସମ୍ପତ୍ତି ମିଳିଛି। ଭୁବନେଶ୍ୱର ଘରୁ ପୁଳାପୁଳା ସୁନା, ହୀରା ଓ ରୁପା ଗହଣା ଠାବ କରିଛି ଭିଜିଲାନ୍ସ ଟିମ୍। ବହୁ ସୁନା ଗହଣା ସହ, ସୁନା ବିସ୍କୁଟ, ସୁନା ଓ ରୂପା କଏନ, ଭିନ୍ନ ଭିନ୍ନ ଡିଜାଇନର ଦାମୀ ଘଣ୍ଟା ଏବଂ ବିଦେଶୀ ମୁଦ୍ରା ଠାବ ହୋଇଛି। ଏସବୁ ଦେଖିଲେ ଲାଗୁଛି ଯେମିତି ତାରାଙ୍କ ଘରେ ମିନି ଜୁଏଲାରୀ ଦୋକାନ ହୋଇଥିଲା। ଆରଆଣ୍ଡବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ନିଜର ଚାକିରି ସମସୟରେ ଏତେ ପରିମାଣର ସୁନା ଗହଣା, ଏକାଧିକ ଫ୍ଲାଟ୍ କିଭଳି କିଣିଲେ ସେ ନେଇ ଖୋଳତାଡ କରୁଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାରା ପ୍ରସାଦଙ୍କ ଭୁବନେଶ୍ୱର, କଟକ ଓ ଝାରସୁଗୁଡା ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।



