www.samajalive.in
Saturday, December 13, 2025
27.1 C
Bhubaneswar

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ପାଳିତ

ଭୁବନେଶ୍ୱର : ଆଜି ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଜାତୀୟ ଗ୍ରନ୍ଥାଗାରିକ ଦିବସ ପାଳିତ ହୋଇଯାଇଛି। ଅନୁଜା ତାରିଣୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଆଜିର କାର୍ଯ୍ୟକ୍ରମରେ ବକୁଳ ଫାଉଣ୍ଡେସନର ପ୍ରତିଷ୍ଠାତା ଶ୍ରୀ ସୁଜିତ୍ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ପାଠାଗାର ବିଜ୍ଞାନର ଜନକ ପଦ୍ମଶ୍ରୀ ଏସ୍. ଆର୍. ରଙ୍ଗନାଥନଙ୍କ ଜନ୍ମଦିବସକୁ ଜାତୀୟ ଗ୍ରନ୍ଥାଗାରିକ ଦିବସ ଭାବେ ପାଳନ କରାଯାଇଥାଏ। ଆଜିର ଗ୍ରନ୍ଥାଗାରିକ ଦିବସରେ ସର୍ବପ୍ରଥମେ ପଦ୍ମଶ୍ରୀ ଏସ୍. ଆର୍. ରଙ୍ଗନାଥନଙ୍କ ଫଟୋଚିତ୍ରରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରର ସମସ୍ତ କର୍ମଚାରୀମାନେ ମାଲ୍ୟାର୍ପଣ କରିବା ସହିତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

- Advertisement -

କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ଶ୍ରୀ ମହାପାତ୍ର ନିଜର ଅଭିଭାଷଣରେ ଏକ ଶିକ୍ଷିତ ଓ ସୁଦୃଢ ସମାଜ ଗଠନରେ ପାଠାଗାରର ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ରଖିଥିଲେ।

କାର୍ଯ୍ୟକ୍ରମର ଅଧ୍ୟକ୍ଷା ଅନୁଜା ତାରିଣୀ ମିଶ୍ର ରାଜ୍ୟ ଗ୍ରନ୍ଥାଗାର ତରଫରୁ ପାଠକ ଓ ପାଠିକା ମାନଙ୍କ ପାଇଁ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ଆଲୋଚନାଚକ୍ର ସମ୍ବନ୍ଧରେ ନିଜର ବକ୍ତବ୍ୟ ରଖିଥିଲେ। ଏଥି ସହିତ ଭାଷା ଓ ସାହିତ୍ୟ ପ୍ରେମୀମାନଙ୍କ ପାଇଁ ପାଠାଗାର ତରଫରୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ସେ ମତପ୍ରକଶ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ପାଠାଗାରରେ ସମସ୍ତ କର୍ମଚାରୀ ଓ ପୂର୍ବତନ ଗ୍ରନ୍ଥାଧ୍ଯକ୍ଷମାନେ ଯୋଗ ଦେଇଥିଲେ।କାର୍ଯ୍ୟକ୍ରମ ଶେଷରେ ଶ୍ରୀମତୀ ସଂଘମିତ୍ରା ସାହୁ ଧନ୍ଯବାଦ ଅର୍ପଣ କରିଥିଲେ।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories