www.samajalive.in
Saturday, December 6, 2025
17.1 C
Bhubaneswar

ବାସନ ମାଜୁଥିବା ବେଳେ ଟାଣି ନେଇଥିଲା କୁମ୍ଭୀର, ମିଳିଲା ମୃତଦେହ

ପଟ୍ଟାମୁଣ୍ଡାଇ: କୁମ୍ଭୀର ଟାଣି ନେଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର।  ପେଣ୍ଠପାଳ ନିକଟ ବ୍ରାହ୍ମଣୀ ନଦୀରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି।  ମିଳିଥିବା ସୂଚନା ଅନୁଯାୟୀ ସୋମବାର ଅଳପୁଆଡ଼ିଆ ଗାଁର ମଞ୍ଜୁଲତା ଭଞ୍ଜ ଅପରାହ୍ଣରେ ଖାଇ ସାରି ବ୍ରାହ୍ମଣୀ ନଦୀକୁ ବାସନ ମାଜିବାକୁ ଯାଇଥିଲେ। ବହୁ ସମୟ ଧରି ସେ ଘରକୁ ନ ଫେରିବାରୁ ପରିବାର ଲୋ​‌ଲେ ନଦୀ କୂଳକୁ ଯାଇ ଖୋଜାଖୋଜି କରିଥିଲେ।  ସେଠାରେ ତାଙ୍କ ଚପଲ ପଡ଼ିଥିବା ପରିବାର ଲୋକେ ଏବଂ  ଗ୍ରାମବାସୀ ଦେଖିବାକୁ ପାଇଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ  ମଞ୍ଜୁଲତାଙ୍କୁ ପାଇ ନଥିଲେ। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ପ୍ରଶାସନ ଓ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ନଦୀରେ ତଲାସି ଅଭିଯାନ ଆରମ୍ଭ କରିଥିଲେ। ବହୁ ଖୋଜାଖୋଜି ପରେ ଆଜି ମଞ୍ଜୁଲତାଙ୍କର କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories