www.samajalive.in
Sunday, December 7, 2025
13.1 C
Bhubaneswar

ୟୁକୋ ବ୍ୟାଙ୍କ ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଗୋପାଳପୁର : ୟୁକୋ ବ୍ୟାଙ୍କ ଏଟିଏମ୍ ରୁ ଲକ୍ଷାଧିକ ଟଙ୍କା ଲୁଟ୍‌। ଗୋଳନ୍ଥରା ଥାନା ଅଧୀନସ୍ଥ କନିଷି ହାଟ ଅଞ୍ଚଳରେ ଥିବା ୟୁକୋ ବ୍ୟାଙ୍କର ଏଟିଏମ ମେସିନ କୁ ଲୁଟେରା ଦଳ ଗ୍ୟାସ କଟର ସାହାଯ୍ୟରେ କାଟି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ମାନେ ପଶି ମେସିନ କୁ ଗ୍ୟାସ କଟର ସାହାଯ୍ୟ ରେ କାଟି ଚାରୋଟି ଟ୍ରାଏ ରୁ ୫ ଲକ୍ଷ ୭୩ ହଜାର ୩ ଶହ ଟଙ୍କା ଲୁଟି ନେଇ ଚମ୍ପଟ ମାରିଥିଲେ। ଲୁଟ୍ ବେଳର ପୁରା ଦୃଶ୍ୟ ସିସି ଟିଭରେ କଏଦ ହୋଇଛି। ଆଜି ସକାଳେ ୟୁକୋ ବ୍ୟାଙ୍କର କର୍ମଚାରୀମାନେ ଏଟିଏମ ଭଙ୍ଗାଯାଇ ଲୁଟ ହୋଇଥିବା ଦେଖିବାକୁ ପାଇଥିଲେ । ପରେ ଘଟଣା ନେଇ ବ୍ୟାଙ୍କ ସହକାରୀ ଶାଖା ପରିଚାଳକ ଶିବରାମ ପଣ୍ଡା  ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ ଦେଇଥିଲେ।  ଖବର ପାଇ ଗୋଳନ୍ଥରା ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ୍ କରିଥିଲେ।  ଦୁଇ ଜଣ ଲୁଟେରା ଧଳା କାର ରେ ଆସି ପ୍ରଥମେ ସିସି କ୍ୟାମେରାରେ କଳା ସ୍ପ୍ରେ କରିଥିବା ନେଇ ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories