www.samajalive.in
Saturday, December 6, 2025
14.1 C
Bhubaneswar

ଘରେ ଘରେ ତ୍ରିରଙ୍ଗା ଅଭିଯାନ: ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା

କେନ୍ଦୁଝର ସଦର : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ କେନ୍ଦୁଝର ଜିଲା ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପର୍ଯ୍ୟନ୍ତ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଥିଲା।


ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଵିଶାଲ ସିଂହ ଯୋଗ ଦେଇ କାନଭାସରେ ଜୟ ହିନ୍ଦ, ଘରେ ଘରେ ତ୍ରିରଙ୍ଗା ଲେଖିବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।
ସୂଚନାଯୋଗ୍ୟ କି, କେନ୍ଦୁଝର ଜିଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯିବ। ଜିଲାପାଳ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବସାଇଡରେ ଅପଲୋଡ କରି ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ କେନ୍ଦୁଝର ଜିଲାବାସୀଙ୍କୁ ନିବେଦନ କରିଛନ୍ତି।

- Advertisement -

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଲଳିତ ସୋରେଙ୍ଗ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, ରବୀନ୍ଦ୍ର କୁମାର ମଲ୍ଲିକ, କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳାଇ, କେନ୍ଦୁଝରଗଡ଼ ପୌରପାଳିକା ନିର୍ବାହୀ ଅଧିକାରୀ ବସନ୍ତ କୁମାର ସେଠୀ, ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲା୧ କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼ ଓ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories