www.samajalive.in
Saturday, December 6, 2025
23.1 C
Bhubaneswar

ଲୋକଙ୍କ ମତାମତ ପରେ ସାର୍ବଜନୀନ ହେବ ‘ସୁଭଦ୍ରା’ ଏସଓପି- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସାଧାରଣ ଲୋକଙ୍କ ମତାମତ ଗ୍ରହଣ କରିବା ପରେ ସୁଭଦ୍ରା ଯୋଜନାର ଏସଓପି ଜାରି କରାଯିବ । ଆଜି ଏନେଇ ବଡ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଥିବା ସେ କହିଛନ୍ତି । ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି, ଆସିଲା ପରେ ଏସଓପି ସାର୍ବଜନୀନ ହେବ । ଲୋକଙ୍କ ମତାମତକୁ ଦେଖି ସଂଶୋଧନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ୧୪ ତାରିଖ ସୁଦ୍ଧା ଜିଲ୍ଲାପାଳଙ୍କ ଠାରୁ ମତାମତ ରିପୋର୍ଟ ଆସିବ । ସୂଚନା ଅନୁସାରେ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ଭାଉଚର ରାଶି ପ୍ରଦାନ କରାଯିବ । ୨୦୨୪ ନିର୍ବାଚନରେ ବିଜେପି ନିର୍ବାଚନୀ ଇସ୍ତାହାରରେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ସାମିଲ କରି ସ୍ୱାଭାଲମ୍ବୀ କରିବାକୁ ପ୍ରତିଶ୍ରୁତି ଦେଇଥିଲା ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories