www.samajalive.in
Sunday, December 7, 2025
15.1 C
Bhubaneswar

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣା: ଆନ୍ଦୋଳନକୁ ଓହ୍ଲାଇଲେ ଏମ୍ସ ଡାକ୍ତର

ଭୁବନେଶ୍ଵର: କଲକାତାରେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା। ଏହାର ପ୍ରତିବାଦରେ ଆଜି ଭୁବନେଶ୍ୱର ଏମ୍ସର ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ।  ସିନିୟର୍ ରେସିଡେଣ୍ଟ, ଜୁନିୟର ରେସିଡେଣ୍ଟ ଓ ଡାକ୍ତରୀ ଛାତ୍ରଛାତ୍ରୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି । ପୀଡ଼ିତାଙ୍କୁ ନ୍ୟାୟ, ଠିକ୍ ତଦନ୍ତ ଓ ଡାକ୍ତରଙ୍କୁ ସୁରକ୍ଷା ଦାବି ନେଇ ଏହି ଆନ୍ଦୋଳନ କରାଯାଉଛି।  ଓପିଡି, ଆଇପିଡି, ଓଟି କାର୍ଯ୍ୟରୁ ଡାକ୍ତରମାନେ ନିବୃତ୍ତ ରହିଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ତେବେ କଲକାତା ହାଇକୋର୍ଟ ଏହି ଘଟଣାର ସିବିଆଇ ତଦନ୍ତ ନିର୍ଦେଶ ଦେଇଛନ୍ତି । ମଙ୍ଗଳବାର ହାଇକୋର୍ଟ ଘଟଣା ତଦନ୍ତ ଭାର ତୁରନ୍ତ ସିବିଆଇକୁ ହସ୍ତାନ୍ତର କରିବା ଲାଗି ରାଜ୍ୟ ପୁଲିସକୁ ନିର୍ଦେଶ ଦେଇଛନ୍ତି।

ସୂଚନା ମୂତାବକ ପଶ୍ଚିମବଙ୍ଗର ଆର.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କ ସହ ଘଟିଥିବା ଲୋମଟାଙ୍କୁରା ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ମହିଳା ଡାକ୍ତରଙ୍କୁ ପ୍ରଥମେ ଦୁଷ୍କର୍ମ କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୁଲିସ ଏହି ମାମଲାରେ ଖୋଳତାଡ ଜାରି ରଖିଥିବା ବେଳେ ସିସିଟିଭି ଫୁଟେଜ ଆଧାରରେ ଜଣଙ୍କୁ ଗିରଫ କରିଛି। ମୃତ ଡାକ୍ତର ଜଣଙ୍କ କଲେଜ ସେମିନାର ହଲରେ ଅଚେତ ଅବସ୍ଥାରେ ମିଳିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାରେ କଲକାତା ପୁଲିସ ତଦନ୍ତ କରି ଅଗଷ୍ଟ ୯ତାରିଖରେ ସିସିଟିଭି ଫୁଟେଜ ଆଧାରରେ ମେଡିକାଲ କଲେଜର ଜଣେ କର୍ମଚାରୀ ସଞ୍ଜୟ ରାୟକୁ ଗିରଫ କରିଛି। ଘଟଣାରେ ସ୍ଥାନୀୟ ପୁଲିସ ଦୁଷ୍କର୍ମ ମାମଲା ରୁୁଜୁ କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories