www.samajalive.in
Monday, December 8, 2025
13.1 C
Bhubaneswar

ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ତ୍ରିରଙ୍ଗା ଯାତ୍ରା

ଗୋପାଳପୁର: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆଜି ଗୋପାଳପୁର ନିର୍ବାଚନମଣ୍ଡଳୀରେ ତ୍ରିରଙ୍ଗା ଯାତ୍ରା ଅବସରରେ ଏକ ମୋଟରସାଇକେଲ ରାଲିର ଆୟୋଜନ କରାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋପାଳପୁର ବିଧାୟକ ତଥା ରାଜ୍ୟ ପରିବହନ ଖଣି ଓ ଇସ୍ପାତମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗ ଦେଇ ପତକା ଦେଖାଇ ରାଲିର ଶୁଭାରମ୍ଭ କରିଥିଲେ। ରାଲି ଗୋଳନ୍ଥରା ସ୍ଥିତ ଇଶାଣେଶ୍ବର ମନ୍ଦିରରୁ ବାହାରି କନିଷି, ଆଙ୍କୁଲି, ଲାଞିପଲ୍ଲୀ, ଡୁରା ଛକ, କରାପଲ୍ଲୀ ହୋଇ ଗୋପାଳପୁର ଠାରେ ସମାପନ ହୋଇଥିଲା। ଏଥିରେ ୧ ହଜାରରୁ ଉର୍ଦ୍ଧ୍ବ ମୋଟରସାଇକେଲ ସାମିଲ ରହିଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବଶଙ୍କର ନାୟକ, ସାଧାରଣ ସମ୍ପାଦକ ବି ସୋମନାଥ ପାତ୍ର, ତୁଳୁ ମଣ୍ଡଳ ସଭାପତି ଜଗମୋହନ ପାତ୍ର, ଉପସଭାପତି କେ ଚନ୍ଦ୍ର ଶେଖର,ଏସ ରବି ରାଓ, ଗୋପୀ ମହାରଣା, ସଞ୍ଜୟ ନାୟକ, ନିରଞ୍ଜନ ବେହେରା, ନାରାୟଣ ରେଡ୍ଡୀ, ସୁମିତ ପାତ୍ର, କାଳୁ ମଣ୍ଡଳ, ରବିନ୍ଦ୍ର ସାହୁ ପ୍ରମୁଖ ସହଯୋଗ କରିଥିଲେ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories