www.samajalive.in
Monday, December 8, 2025
13.1 C
Bhubaneswar

ଶିକ୍ଷକ ବଦଳି ଦାବିରେ ୪ଦିନ ହେଲା ସ୍କୁଲରେ ତାଲା

ମ,ରାମପୁର: ଦୁଇ ଶିକ୍ଷକଙ୍କ ବଦଳି ଦାବିରେ  ଚାରି ଦିନ ହେଲା ବିଦ୍ୟାଳୟ ବନ୍ଦ ଥିବା ବେଳେ ଆଜି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଛନ୍ତି ଗ୍ରାମବାସୀ। କଳାହାଣ୍ଡି ଜିଲ୍ଲା ମରାମପୁର ବ୍ଲକ୍ ଅନ୍ତର୍ଗତ ଗୋଛା ଡେଙ୍ଗେନ ଗ୍ରାମ ପଞ୍ଚାୟତର ମେଟାଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ  ୩୨ଜଣ  ଛାତ୍ର ଛାତ୍ରୀ ପାଠ ପଢ଼ୁଥିବା ବେଳେ ୨ଜଣ ଶିକ୍ଷକ ଅଛନ୍ତି। ଉପାନ୍ତ ଅଞ୍ଚଳରେ ଏହି ବିଦ୍ୟାଳୟ ଅଛି। ତେଣୁ ଶିକ୍ଷା ବ୍ୟବସ୍ଥା, ବିଦ୍ୟାଳୟରେ ଛାତ୍ର ଛାତ୍ରୀଙ୍କ ପାଇଁ ଶୈକ୍ଷିକ ପରିବେଶ, ମଧ୍ୟାହ୍ନ ଭୋଜନରେ ଅନିୟମିତତା ସହ କାର୍ଯ୍ୟରତ ୨ଜଣ ଶିକ୍ଷକ ନିୟମିତ ବିଦ୍ୟାଳୟକୁ ଆସୁନଥିବା ଅଭିଯୋଗ କରି ଗ୍ରାମବାସୀ ମାନେ ଆଜି ମ,ରାମପୁର  ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସି ଅଭିଯୋଗ କରିଛନ୍ତି। ୨ଜଣ ଶିକ୍ଷକଙ୍କ ବଦଳି ଦାବିରେ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories