www.samajalive.in
Thursday, December 11, 2025
13.1 C
Bhubaneswar

ଗାନ୍ଧୀ, ଗୋପବନ୍ଧୁ ଓ ମଧୁସୂଦନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ 

ପାଟଣା: ୭୮ ତମ ସ୍ବାଧୀନତା ଦିବସ ଅବ୍ୟବିହିତ ପୂର୍ବରୁ ଆଜି ପାଟଣା ବ୍ଲକ ମୁଖ୍ୟାଳୟ ସ୍ୱାମ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସ ଏବଂ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଏହାକୁ ଗାନ୍ଧିବାଦୀ ସମାଜସେବୀ ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ତଥା ମହାବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ଇଂ ବିଦ୍ୟାଧର ଦାଶ ଉନ୍ମୋଚନ କରିବା ସହ ସମବେତ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀଙ୍କୁ ଦେଶକୁ ସ୍ବାଧୀନତା ଦେଇଥିବାଗାନ୍ଧୀଙ୍କ ଜୀବନାଦର୍ଶ ଓ ବିଚାର ଧାରା ଯୁଗେଯୁଗେ ଭାରତବାସୀଙ୍କୁ ଅନୁପ୍ରାଣିତ କରିବ ବୋଲି ମତ ରଖିବା ସହ ଏହି ବିଦ୍ୟାଳୟ ଜିଲ୍ଲାର ଅନ୍ୟତମ ପ୍ରତିଷ୍ଠିତ ମହାବିଦ୍ୟାଳୟ ହୋଇଥିବାରୁ ଛାତ୍ରଛାତ୍ରୀ ମାନେ ଏହାର ଗାରିମା ବୃଦ୍ଧି କରିବାକୁ ପରାମର୍ଶ ଦେଇଥିଲେ। ଏନସିସି ଅଧିକାରୀ କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଇଂ ଦାଶଙ୍କ ସହ ସମ୍ମାନୀତ ଅତିଥି ଭାବେ ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଯୁଧିଷ୍ଠିର ମହାନ୍ତ, ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସାହୁ, ଅଧ୍ୟାପିକା ନୈଲାନି କାର୍ଜି, ଅଧ୍ୟାପିକା ବିନୋଦିନି ମହାନ୍ତ ଓ ରଜତ କୁମାର ଦାଶ ପ୍ରମୁଖ ସାମିଲ ଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories