www.samajalive.in
Wednesday, December 10, 2025
16.1 C
Bhubaneswar

ଶନିବାରଠୁ ଡାକ୍ତରଙ୍କ ଦେଶବ୍ୟାପୀ ଆନ୍ଦୋଳନ

ଭୁବନେଶ୍ଵର: ଶନିବାରଠାରୁ ଡାକ୍ତରଙ୍କ ୨୪ ଘଣ୍ଟିଆ ଦେଶବ୍ୟାପୀ ଆନ୍ଦୋଳନ। କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆନ୍ଦୋଳନ କରାଯିବ।  ଜରୁରିକାଳୀନ ସେବାକୁ ବାଦ୍ ଦେଇ ସବୁ ଓପିଡି ବନ୍ଦ ରହିବ । ଏ ନେଇ ଭାରତୀୟ ମେଡିକାଲ ସଂଘ ପକ୍ଷରୁ ସୂଚନା ମିଳିଛି। ତେବେ କଲକାତା ହାଇକୋର୍ଟ ଏହି ଘଟଣାର ସିବିଆଇ ତଦନ୍ତ ନିର୍ଦେଶ ଦେଇଛନ୍ତି । ମଙ୍ଗଳବାର ହାଇକୋର୍ଟ ଘଟଣା ତଦନ୍ତ ଭାର ତୁରନ୍ତ ସିବିଆଇକୁ ହସ୍ତାନ୍ତର କରିବା ଲାଗି ରାଜ୍ୟ ପୁଲିସକୁ ନିର୍ଦେଶ ଦେଇଛନ୍ତି।

ସୂଚନା ମୂତାବକ ପଶ୍ଚିମବଙ୍ଗର ଆର.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କ ସହ ଘଟିଥିବା ଲୋମଟାଙ୍କୁରା ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ମହିଳା ଡାକ୍ତରଙ୍କୁ ପ୍ରଥମେ ଦୁଷ୍କର୍ମ କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୁଲିସ ଏହି ମାମଲାରେ ଖୋଳତାଡ ଜାରି ରଖିଥିବା ବେଳେ ସିସିଟିଭି ଫୁଟେଜ ଆଧାରରେ ଜଣଙ୍କୁ ଗିରଫ କରିଛି। ମୃତ ଡାକ୍ତର ଜଣଙ୍କ କଲେଜ ସେମିନାର ହଲରେ ଅଚେତ ଅବସ୍ଥାରେ ମିଳିଥିଲେ। ସଙ୍ଗେ ସଙ୍ଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାରେ କଲକାତା ପୁଲିସ ତଦନ୍ତ କରି ଅଗଷ୍ଟ ୯ତାରିଖରେ ସିସିଟିଭି ଫୁଟେଜ ଆଧାରରେ ମେଡିକାଲ କଲେଜର ଜଣେ କର୍ମଚାରୀ ସଞ୍ଜୟ ରାୟକୁ ଗିରଫ କରିଛି। ଘଟଣାରେ ସ୍ଥାନୀୟ ପୁଲିସ ଦୁଷ୍କର୍ମ ମାମଲା ରୁୁଜୁ କରିଛି।

Hot this week

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

Related Articles

Popular Categories