www.samajalive.in
Monday, December 8, 2025
24.1 C
Bhubaneswar

ବୋଲେରୋ-ଟ୍ରକ୍ ଧକ୍କା: ୪ ଆହତ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଟିଟଲାଗଡ ଛକ ନିକଟରେ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଛତିଶଗଡରୁ କିଛି ଯୁବକ ଏକ ବୋଲେରୋ ଯୋଗେ ହୀରାକୁଦ ବୁଲିବାକୁ ଆସିଥିଲେ। ମାତ୍ର ଏନଏଚ୍ ୨୬ ଟିଟଲାଗଡ ଛକ ନିକଟରେ ବିପରୀତ ଦିଗରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବୋଲେରୋରେ ଥିବା ୪ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories