www.samajalive.in
Saturday, December 6, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ପଡିଛନ୍ତି ଆଉ ଜଣେ ସରକାରୀ ଅଧିକାରୀ । କେନ୍ଦ୍ରାପଡା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି । କଟକ, ଭୁବନେଶ୍ୱର, କେନ୍ଦ୍ରାପଡା ସହ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି । ଏହି ଚଢାଉରେ ୪ଜଣ ଡିଏସପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଓ ୫ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । କଟକ ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ ଏହି ଚଢାଉ ହୋଇଛି । କଟକର କଲ୍ୟାଣନଗର ସ୍ଥିତ ଘର, ଭୁବନେଶ୍ୱର ଲିଙ୍ଗିପୁର ସ୍ଥିତ ଦୁଇ ମହଲା କୋଠା, କେନ୍ଦ୍ରାପଡା ସ୍ଥିତ କାର୍ଯ୍ୟାଳୟ ଓ କଟକ ନୂଆପଡା ସ୍ଥିତ ପୈତୃକ ଘର ଏବଂ ସମ୍ପର୍କୀୟଙ୍କ ଘରେ ଭୋର ୪ଟା ସମୟରୁ ଚଢାଉ ଜାରି ରଖିଛି ଭିଜିଲାନ୍ସ ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories