www.samajalive.in
Sunday, December 7, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅମିତ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ପ୍ୟାରିସ ଅଲିମ୍ପିକ୍ସ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଏକମାତ୍ର ଓଡ଼ିଆ ତାରକା ଅମିତ ରୋହିଦାସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଅମିତ ନିଜ ସାଙ୍ଗରେ ଆଣିଥିବା ସାଥୀ ଖେଳାଳିଙ୍କ ଦସ୍ତଖତ ସମ୍ବଳିତ ଏକ ଜର୍ସିକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ଏହି ସମୟରେ ଅନ୍ୟାନ୍ୟ ମନ୍ତ୍ରୀ ଏବଂ ଅଧିକାରୀ ଉପସ୍ଥିତ ଥିଲେ। ଶୁକ୍ରବାର ସକାଳେ ଅମିତ ନୂଆଦିଲ୍ଲୀରୁ ଆସି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଏକାମ୍ର ବିଧାୟକ ବାବୁ ସିଂହଙ୍କ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଚଳିତ ଅଲିମ୍ପିକ୍ସରେ ଭାରତୀୟ ହକି ଦଳରେ ଏକମାତ୍ର ଓଡ଼ିଆ ଭାବେ ଅମିତ ସାମିଲ ଥିଲେ। ଭାରତୀୟ ଦଳ ଏଥର କାଂସ୍ୟ ପଦକ ବିଜୟୀ ହୋଇଥିଲା। ଗତ ଅଲିମ୍ପିକ୍ସରେ ମଧ୍ୟ ହକି ଟିମ୍‌ କାଂସ୍ୟ ପଦକ ଜିତିଥିଲା। ସେହି ଦଳରେ ବି ଅମିତ ସାମିଲ ଥିଲେ। ଲଗାତାର ୨ଟି ଅଲିମ୍ପିକ୍ସରେ ଭାରତୀୟ ଦଳକୁ କାଂସ୍ୟ ପଦକ ମିଳିଛି। ଚଳିତ ଥର ଅମିତଙ୍କ ପାଇଁ ରାଜ୍ୟ ସରକାର ୪ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories