www.samajalive.in
Tuesday, December 9, 2025
16.1 C
Bhubaneswar

ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଏମ୍‌ସ ଭୁବନେଶ୍ୱର ମଧ୍ୟ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱରରେ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।  ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ଏମସ ଭୁବନେଶ୍ବର, ଓଡ଼ିଶା ସମେତ ସମଗ୍ର ପୂର୍ବ ଭାରତରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବା ସହିତ ଏକ ଉତ୍କର୍ଷ କେନ୍ଦ୍ର ପାଲଟିଛି ବୋଲି ସେ ପ୍ରକାଶ କରିଥିଲେ।
ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଏମ୍‌ସ ଭୁବନେଶ୍ୱର ମଧ୍ୟ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ଏନେଇ ସମସ୍ତେ ଅଙ୍ଗୀକାରବଦ୍ଧ ହୋଇ କାର୍ଯ୍ୟ କରିବାକୁ  ଡ. ବିଶ୍ବାସ ଆହ୍ବାନ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ, ଡିନ୍‌ ଡ. ପି ଆର ମହାପାତ୍ର, ଡ. ସତ୍ୟଜିତ୍ ମିଶ୍ର, ଡ. ସୌଭାଗ୍ୟ ଜେନା, ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିଡିଏ ଅଭିଜିତ ସରକାର ପ୍ରମୁଖ ଏହି ଉତ୍ସବରେ ଯୋଗ ଦେଇଥିଲେ।
ବରିଷ୍ଠ ପ୍ରାଶାସନିକ ଅଧିକାରୀ ରଶ୍ମି ରଂଜନ ସେଠୀ ସମସ୍ତଙ୍କୁ କୃତଜ୍ଞତା ଜଣାଇ ଏମ୍‌ସ ଭୁବନେଶ୍ୱରର ସାମଗ୍ରୀକ ବିକାଶ ପାଇଁ ସମସ୍ତେ ଉଦ୍ୟମ କରିବାକୁ ଆହ୍ବାନ ଦେଇଥିଲେ।
ଏହି ଅବସରରେ କର୍ତ୍ତବ୍ୟନିଷ୍ଠା ଏବଂ କର୍ମକୁଶଳତା ନିମନ୍ତେ ବିଭିନ୍ନ ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା କର୍ମଚାରୀମାନଙ୍କୁ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନର ଅଧ୍ୟାପକ/ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ ପରିବେଶକୁ ଭାବମୟ କରିଥିଲା।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories